About Me

ପିତା : ଶେଖର ଚନ୍ଦ୍ର ମହାପାତ୍ର ,

ମାତା — ମଞ୍ଜୁଶ୍ରୀ ମହାପାତ୍ର ,

ଜନ୍ମ ସ୍ଥାନ : ଖଲାରୀ,ଅନୁଗୁଳ,ଓଡିଶା-୭୫୯୧୨୨ ।

ବୃତ୍ତି : ସଫ୍ଟୱାର ଇଞ୍ଜିନିଅର, ଏକ ବହୁରାଷ୍ଟ୍ରୀୟ କମ୍ପାନୀ ରେ ବିଜନେସ ଟେକ୍ନିକାଲ ମ୍ୟାନେଜର ରୂପେ ଗାନ୍ଧିନଗର, ଗୁଜରାଟ ରେ କାର୍ଯ୍ୟ ରତ I

ଲେଖାଲେଖି ଆରମ୍ଭ ୨୦୧୪ ରୁ I ଗଳ୍ପ ପଢୁ ପଢୁ ହଠାତ ମନହୁଏ ମୁଁ ଗୋଟେ ଗପ ଲେଖନ୍ତି ନି ? ଆଉ ୨୦୧୪ ରେ ଲେଖି ବସେ ଏକ ଗଳ୍ପ I କିନ୍ତୁ ଗଳ୍ପ ଟି କାହିଁକି କେଜାଣି ମନ କୁ ପାଏନି I ତା ପରେ ଆଉ ଦୁଇଟି ଗଳ୍ପ ପତ୍ରିକା ରେ ଆସିବା ପରେ ଚାଲେ ପଢା I ପଢିବା ପାଇଁ ନୁହେଁ ଲେଖିବା ପାଇଁ ପଢା I ଆଉ ଆସ୍ତେ ଆସ୍ତେ ନିଜ ଭୁଲ କୁ ସୁଧାରି ସୁଧାରି ଆଜି ପାଖାପାଖି ୫୦ ଉପରେ ଗଳ୍ପ ଆସିଗଲାଣି ଆହ୍ବାନ, ଆମେଓଡ଼ିଆ, ବେଦାନ୍ତୀ, ପୌରୁଷ ଓ ଷ୍ଟୋରି ମିରର ପରି ପତ୍ରିକା ରେ I

କୋଡିଏ ଟି ଗଳ୍ପ କୁ ନେଇ ଏକ ଗଳ୍ପ ସଂକଳନ “ସପ୍ତଫେଣି ” ଷ୍ଟୋରି ମିରର ଆପ୍ପ ରେ ଇ-ବୁକ ଭାବେ ପ୍ରକାଶିତ I

ପ୍ରକାଶିତ ଗଳ୍ପ ଭିତରେ ଜୀବନ ସଂଘର୍ଷ, ତୃତୀୟ ଲିଙ୍ଗ, ଅନାବିଳ ପ୍ରେମ, ଛାଡଖାଇ, ସମ୍ପର୍କ, ଟଗର ଫୁଲ ଆଦି ବହୁଳ ମାତ୍ରା ରେ ପାଠକୀୟ ସ୍ୱୀକୃତି ପାଇଛି I ନିତିଦିନିଆ ଘଟଣା ରୁ କାହାଣୀ ଖୋଜି ନାୟକ ମାନଙ୍କୁ ସଜେଇ ଗଳ୍ପ ଲେଖିବାକୁ ଭଲପାଏ I ପ୍ରାୟ ସବୁ ଗଳ୍ପ ଗୁଡିକ ନିଜ ଆଖପାଖ ରେ ଘଟୁଥିବା ଘଟଣା ବଳି, ମୁଁ କେବଳ ଟିକେ ଅଧିକ ନିରିଖେଇ ଦେଖେ I ମୋ ଗଳ୍ପ ଗୁଡିକ ଆପଣ ମାନଙ୍କୁ ମଧ୍ୟ ଆନନ୍ଦ ଦେବ ଏତିକି ଆଶା I

ରୁଚି – ମିନି ଗଳ୍ପ, ଗଳ୍ପ ଓ କବିତା ଲେଖିବା

ଅଭ୍ୟାସ-ଗଳ୍ପ ବହି ଓ ପତ୍ରପତ୍ରିକା ପଢିବା I

ଧନ୍ୟବାଦ …..